Home national news oriya ଭଣ୍ଡାରିପୋଖରୀ ପଂଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି

ଭଣ୍ଡାରିପୋଖରୀ ପଂଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି

9
0

Source :- ODIA PUA

ଭଦ୍ରକ, ୧୮ା୫ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକର ଭଣ୍ଡାରିପୋଖରୀ ବ୍ଲକ ପଂଚାୟତ ସମିତି ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଜିଲ୍ଲାପାଳକଂ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୧୨୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୮୮ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୩୩ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୮ଟି ଅଭିଯୋଗ ରହିଥିଲା। ଶୁଣାଣି ସମୟରେ ୩୪ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିଲା। ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ୮ଜଣ ଅଭିଯୋଗକାରୀଙ୍କୁ ମୋଟ ୪୩,୦୦୦/- ଟଙ୍କା ମଞ୍ଜୁର କରାଯାଇଛି। ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ, ଅତିରିକ୍ତ ଜିଲ୍ଲାପାଳ ସରୋଜ କୁମାର ଦତ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ କାଶ୍ୟପ ପାର୍ଥ ଜଗଦୀଶ , ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶୁଭେନ୍ଦ୍ର ସାମଲ, ଉପ ଜିଲ୍ଲାପାଳ ସୌରଭ ଚକ୍ରବର୍ତୀ ପ୍ରମୁଖ ଉପସ୍ଥିତ ଥିଲେ

SOURCE: ODIA PUA