Home national news oriya ବାସୁଦେବପୁର ପଂଚାୟତ କାର୍ଯ୍ୟାଳୟରେ ମିଳିତ ଜନ ଶୁଣାଣି ଶିବିର

ବାସୁଦେବପୁର ପଂଚାୟତ କାର୍ଯ୍ୟାଳୟରେ ମିଳିତ ଜନ ଶୁଣାଣି ଶିବିର

20
0

Source :- ODIA PUA

ଭଦ୍ରକ, ୨୦ା୪ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ପଂଚାୟତ କାର୍ଯ୍ୟାଳୟ ଠାରେ ଆଜି ଯୁକ୍ତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୧୪୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୧୦୨ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୪୩ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୨ଟି ଅଭିଯୋଗ ରହିଥିଲା। ଶୁଣାଣି ସମୟରେ ୩୯ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିଲା। ଜିଲ୍ଲା ରେଡକ୍ରସ୍ ନିଧି ମାଧ୍ୟମରେ ୨ଜଣ ଅଭିଯୋଗକାରୀଙ୍କୁ ମୋଟ ୨୦,୦୦୦/- ଟଙ୍କା ମଞ୍ଜୁର କରାଯାଇଛି। ଏହି ଜନ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ ଉପସ୍ଥିତ ଥିବାବେଳେ ଜିଲ୍ଲା ଆରକ୍ଷି ଅଧିକ୍ଷକ ମନୋଜ ରାଉତ, ମୁଖ ଉନ୍ନୟନ ଅଧିକାରୀ ଶୁଭେଂଦ୍ର ସାମଲ, ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ପ୍ରମୋଦ ପ୍ରହରାଜ ଓ ଉପ ଜିଲ୍ଲାପାଳ ସୌରଭ ଚକ୍ରବତ ର୍ୀ ଉପସ୍ଥିତ ଥିଲେ।

SOURCE: ODIA PUA